Tag Archives: khela_ghara

ଶିଶୁଟିଏ ହସି ଦେଲେ By. Manoj

When_a_Child_Smile_by_manoj_kumar_behera
When a Child Smile
ଶିଶୁଟିଏ ହସି ଦେଲେ
କେତେ ମାଦକତା, କେତେ ନିଷ୍କପଟତା
ପୂର୍ଣ୍ଣ କରିଦିଏ ଭାରକ୍ରାନ୍ତ ମନକୁ
ନା ଅଛି ଅଭିମାନ……. ନା…………
ଅଛି ଅଭିଯୋଗ ………..
ଅଭିଯୋଗ ଅଭିମାନକୁ ପଦାଘାତ କରି
ଚାଲିବା ଶିଖିବାଠାରୁ ………..
କେଜାଣି କେତେବେଳେ ତା ମନ ଭିତରେ
ବାରମ୍ବାର ପ୍ରତିଧ୍ୱନିତ କରେ……….
ବିବ୍ରତ କରେ……..
ଭୁଲିଯାଏ; ଅତୀତର ଘଟଣାସବୁ ….
ବର୍ତ୍ତମାନ ପାଖରେ ହଜାଇଦିଏ;
ଖୋଜିବାକୁ ଲାଗେ ଆଗାମି ଦିନର
ସୁନେଲି ସୂର୍ଯ୍ୟର ଉଦିୟମାନ
ରଶ୍ମି ପରି….
ଭବିଷ୍ୟତକୁ ।
ସେଇଠି ସେତେବେଳରୁ ବଦଳି ଯାଏ
ମାଦକଭାର ହସ ଟିକକ
କିଛି ସ୍ୱପ୍ନିଳ, କିଛି ଅନାଦୃଶ୍ୟ ଭାବେ…..
ମନୋଜ କୁମାର ବେହେରା ଙ୍କ
କବିତା ପୃଷ୍ଠାରୁ……

ଖେଳ ଘର (Khela Ghara)

Khela_ghara_by_manoj_kumar_behera


khela Ghara
ଖେଳ ଘର



ଛୋଟ ବେଳେ ଖେଳ ଘର କୁ ନେଇ
କେତେ ବିଶ୍ୱାସ,
ସାନ୍ତନା…ଆଉ ଅଭିମାନ…. ।

ଛୋଟ ବେଳର ସେହି ଲୁଚି ଲୁଚିକା ଖେଳରେ 
ହାରିବା ଆଉ ଜିତିବା
ମିଳନ….ବିଚ୍ଛେଦ….
ସବୁଠୁ ନିଆରା……. ।

ଅନ୍ଧାର ରେ ଖୋଜୁ ଖୋଜୁ 
ଆଖିରେ ଲୁହ…… ଛାତିରେ କଷ୍ଟ………
ଆଉ ମନରେ ଭୟ…..
ତଥାପି ଚାଲି ଆସୁ 
ସେହି ସ୍ଥାନକୁ ମନରେ ଆଶା ନେଇ…. 
ଅଳ୍ପ ସମୟକୁ ସୁମଧୁର କରିବା ପାଈଁ….।

ଏବେ କିନ୍ତୁ ସେଗୁଡିକ ମନେ ପଡେନି
କାରଣ ସେ ସବୁ ଅତୀତ ….।
ଖାଲି ରହିଯାଇଛି ତାର ଅଙ୍ଗେନିଭା ସ୍ମୃତି…..।

ବୟସ ବଢିଗଲା ପରେ …….
ହୃଦୟ ଭିତରେ……
ମନରେ…. 
 ଅନ୍ୟ ଏକ  ମଣିଷକୁ ନେଇ ।
ସୌଧଟିଏ ଗଢ଼ିଲା ପରେ …..
ଅତୀତ ର ସେହି ସମୟକୁ 
ଲୁହରେ ପୂର୍ଣ୍ଣାହୁତି ଦେଇ
କବର ଭିତରେ ରଖିବାକୁ ପଡେ ।

ମନୋଜ କୁମାର ବେହେରା ଙ୍କ
କବିତା ପୃଷ୍ଠାରୁ……